
ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ)- ରାଜ୍ୟ ସରକାର ୮ ଜଣ ଆଇଏଏସ୍ ଅଧିକାରୀଙ୍କ ଦାୟିତ୍ୱରେ ପରିବର୍ତନ କରିଛନ୍ତି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁଯାୟୀ ଡ. ପୋମା ଟୁଡୁଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଏଥିସହ ତାଙ୍କୁ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି) ଦାୟିତ୍ୱ ମଧ୍ୟ ଦିଆଯାଇଛି। ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସମ୍ବଲପୁର ଆରଡିସି (ଉତରାଂଚଳ) ଦାୟିତ୍ୱ ସହ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦ (ଡବ୍ଲ୍ୟୁଓଡିସି)ର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି।
ସେହିପରି ଶୁଭମ ସକ୍ସେନାଙ୍କୁ ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଡ. ଗାଭାଲି ପରାଗ ହର୍ଷଦଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନ୍ଏଚ୍ଏମ୍)ର ପରିଚାଳନା ନିର୍ଦ୍ଦେଶକ କରାଯାଇଛି। ବିଜୟ ଅମୃତା କୁଲାଙ୍ଗେଙ୍କୁ ବ୍ରହ୍ମପୁର ଆରଡିସି (ଦକ୍ଷିଣାଂଚଳ) ଭାବେ ନିଯୁକ୍ତି ଦିଆଯାଇଛି।
ଚକ୍ରବର୍ତୀ ସିଂହ ରାଠୋରଙ୍କୁ ଉଦ୍ୟାନ କୃଷି ନିର୍ଦ୍ଦେଶକଙ୍କ ଅତିରିକ୍ତ ଦାୟିତ୍ୱ ମିଳିଥିବା ବେଳେ ପ୍ରଣତି ଛୋଟରାୟଙ୍କୁ ଓମ୍ଫେଡ୍ ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ସୁବ୍ର କୁମାର ପଣ୍ଡାଙ୍କୁ ଓଡ଼ିଶା ଏଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନ୍ ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା