
ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା) ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।
ସେହିପରି ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବନିମ୍ନ ତାପମାତ୍ରା (ରାତ୍ରୀ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ