ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ସର୍ବାଧିକ ୬୧.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ସର୍ବାଧିକ ୬୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ୪୬.୬ ମି.ମି., ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ସର୍ବାଧିକ ୬୧.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୭ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ଛତ୍ରପୁରରେ ସର୍ବାଧିକ ୬୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ୪୬.୬ ମି.ମି., ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୪୫.୮ ମି.ମି., ଗଞ୍ଜାମ ଜିଲ୍ଲାର ଚିକିଟିରେ ୪୩.୬ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୪୧.୯ ମି.ମି., ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ୪୦.୦ ମି.ମି., ପୁରୀ ଜିଲ୍ଲାର ପୁରୀରେ ୪୦.୦ ମି.ମି., ଗଞ୍ଜାମ ଜିଲ୍ଲାର ଗଞ୍ଜାମରେ ୩୯.୪ ମି.ମି., ରଙ୍ଗେଇଲୁଣ୍ଡାରେ ୨୪.୦ ମି.ମି., ଦିଗପହଣ୍ଡିରେ ୨୦.୦ ମି.ମି., ପୁରୁଷୋତମପୁରରେ ୧୮.୬ ମି.ମି., ପୁରୀ ଜିଲ୍ଲାର ଅସ୍ତରଙ୍ଗରେ ୧୮.୪ ମି.ମି. ଏବଂ କେନ୍ଦ୍ରାପଡାର ରାଜକନିକାରେ ୧୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande