
ଭୁବନେଶ୍ୱର,୨୭ ଅକ୍ଟୋବର (ହି.ସ)- ଆସନ୍ତାକାଲି (ବୁଧବାର) କଟକରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।
ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଗୁଡିକୁ ଛୁଟି ଘୋଷଣା କରିଛନ୍ତି କଟକ ଜିଲ୍ଲାପାଳ।ଏହାସହ ତଳିଆ ଅଂଚଳରେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଜିଲ୍ଲାରେ ୩ଟି ଓଡ୍ରାଫ ଟିମ୍ ମୁତୟନ କରାଯିବା ସହ ୨ଟି କେଂଟ୍ରାଲ ରୁମ୍ ଖୋଲା ଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା