
କନ୍ଧମାଳ, ୨୮ ଅକ୍ଟୋବର (ହି.ସ.) ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି। ଜିଲ୍ଲାର ୧୯୮ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷା ଦୃଷ୍ଟିରୁ ମା’ ଗୃହକୁ ସ୍ଥାନାନ୍ତର କରାଯାଇଛି। ସେହିପରି ୧୩ଟି ପରିବାରକୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ଗର୍ଭବତୀ ମହିଳାଙ୍କ ସ୍ୱାସ୍ଥ୍ୟସେବା ସହ ଅନ୍ୟାନ୍ୟ ଜରୁରୀ ଆବଶ୍ୟକତା ଉପରେ ନଜର ରଖାଯାଇଛି। ବ୍ଲକସ୍ତରରେ ବିଡିଓଙ୍କଠାରୁ ଆରମ୍ଭ କରି ପଞ୍ଚାୟତସ୍ତରର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ରହିବା ସହ ସ୍ଥିତି ଉପରେ ନିରନ୍ତର ନଜର ରଖିବାକୁ କୁହାଯାଇଛି। ବାତ୍ୟା ସମୟରେ ପାନୀୟ ଜଳ ଯୋଗାଣ ସମେତ ଅତ୍ୟାବଶ୍ୟକ ସେବା ଯେପରି ବାଧାପ୍ରାପ୍ତ ନ ହୁଏ, ସେଥିପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକ ପ୍ରସ୍ତୁତି ସହ ସଜାଗ ରହିବାକୁ ନିର୍ଦ୍ଦେଶ ରହିଛି।
ହିନ୍ଦୁସ୍ଥାନ ସମାଚାର / ପ୍ରଶାନ୍ତ