

ଭୁବନେଶ୍ୱର, ୩ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ପରବର୍ତୀ ୨ ଦିନ ଅର୍ଥାତ୍ ୬ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ