
ଭୁବନେଶ୍ୱର, ୩ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଗଜପତି ଜିଲ୍ଲାର ଗୋସାଣିରେ ସର୍ବାଧିକ ୧୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କୋରାପୁଟ ଜିଲ୍ଲାର ସିମିଳିଗୁଡାରେ ୧୨.୦ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୮.୦ ମି.ମି., ଜି.ଉଦୟଗିରିରେ ୫.୪ ମି.ମି., ଗଜପତି ଜିଲ୍ଲାର ଆର.ଉଦୟଗିରିରେ ୫.୩ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ