ରାଜ୍ୟରେ କମିଛି ବର୍ଷା
Bhubaneswar, 03 ଅକ୍ଟୋବର (ହି.ସ.) ରାଜ୍ୟରେ କମିଛି ବର୍ଷା। ବଢ଼ିଲା ଦିନ ତାପମାତ୍ରା । ବର୍ତ୍ତମାନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇଛି। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅ
ରାଜ୍ୟରେ କମିଛି ବର୍ଷା


Bhubaneswar, 03 ଅକ୍ଟୋବର (ହି.ସ.)

ରାଜ୍ୟରେ କମିଛି ବର୍ଷା। ବଢ଼ିଲା ଦିନ ତାପମାତ୍ରା । ବର୍ତ୍ତମାନ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ପ୍ରାୟ ୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇଛି। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଏହା ପ୍ରାୟ ୪ ଡିଗ୍ରୀ ଅଧିକ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଗୋଟିଏ-ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଅନ୍ୟ ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ସେହିପରି ଆସନ୍ତାକାଲି ପାଇଁ ମଧ୍ୟ ବାଲେଶ୍ୱର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଅନ୍ୟ କିଛି ଜିଲ୍ଲାର ଗୋଟିଏ-ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମହାରାଷ୍ଟ୍ର ଓ ଛତିଶଗଡ଼ର ଅଧିକାଂଶ ଅଞ୍ଚଳ ସମେତ ତେଲେଙ୍ଗାନା ଓ ଉତ୍ତର ଆଭ୍ୟନ୍ତରୀଣ କର୍ଣ୍ଣାଟକର କିଛି ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ୟାହାର ପାଇଁ ପରିସ୍ଥିତି ଅନୁକୂଳ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ପୁରୀରେ ସର୍ବୋଚ୍ଚ ୩୬.୨ ଡିଗ୍ରୀ ,ଭୁବନେଶ୍ୱରରେ ୩୫.୬ ଡିଗ୍ରୀ,କଟକରେ ୩୪.୪ ଡିଗ୍ରୀ ଓ ଫୁଲବାଣୀରେ ସର୍ବନିମ୍ନ ୨୦ ଡିଗ୍ରୀ ସେଲସିୟସ୍ ତାପମାତ୍ରା ରେକର୍ଡ ହୋଇଛି।

---------------

ହିନ୍ଦୁସ୍ଥାନ ସମାଚାର / ରଶ୍ମିତା


 rajesh pande