ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନଙ୍କ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ     ପ୍ରମୋଦ ମହାଜନଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 30 ଅକ୍ଟୋବର (ହି.ସ.)- ପୂର୍ବତନ

କେନ୍ଦ୍ରମନ୍ତ୍ରୀ ପ୍ରମୋଦ ମହାଜନଙ୍କ ଜୟନ୍ତୀ ଅବସରରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ପୂର୍ବତନ

କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ

ପ୍ରମୋଦ ମହାଜନ ଜୀଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାପୂର୍ବକ ପ୍ରଣାମ ଜଣାଉଛି। ନିଜର

ସାଂଗଠନିକ ଦକ୍ଷତା ଓ ଦୂରଦୃଷ୍ଟିସମ୍ପନ୍ନ ଚିନ୍ତାଧାରା ବଳରେ ସେ ବିଜେପିକୁ ସୁଦୃଢ଼ କରିବାରେ

ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ରାଷ୍ଟ୍ରସେବା ପ୍ରତି ତାଙ୍କର ସମର୍ପଣ ଭାବନା

ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଯୋଗାଇ ଚାଲିଥିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande