ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦ ପକ୍ଷରୁ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଶନିବାର ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ସଞ୍ଜୟ କୁମାର
gjnfk


ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦ ପକ୍ଷରୁ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ତିରୋଧାନ ଦିବସ ଅବସରରେ ଶନିବାର ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷରେ ରାଷ୍ଟ୍ରୀୟ ସଂକଳ୍ପ ଦିବସ ପାଳିତ ହୋଇଯାଇଛି । ବିଭାଗୀୟ ନିର୍ଦ୍ଦେଶକ ସଞ୍ଜୟ କୁମାର ବିଶ୍ୱାଳ, ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦର ସାଧାରଣ ସମ୍ପାଦକ ଅମୀୟ ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଓ ଶ୍ରୀମତୀ ଦୀପ୍ତିମୟୀ ମହାପାତ୍ର ପ୍ରମୁଖ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ମୃତିଚାରଣ କରିଥିଲେ । ନିର୍ଦ୍ଦେଶକ ଶ୍ରୀ ବିଶ୍ୱାଳ ଲୌହମାନବୀ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଦେଶ ଓ ଜାତି ପ୍ରତି ବଳିଦାନ ସହ ସଂହତି, ଏକତା ଓ ରାଷ୍ଟ୍ରର ଅଖଣ୍ଡତା ପ୍ରତି ତାଙ୍କର ପ୍ରତିବଦ୍ଧତା ସମ୍ପର୍କରେ ଉଲ୍ଲେଖ କରିଥିଲେ ।

ଏହି ଅବସରରେ ଇନ୍ଦିରା ଗାନ୍ଧୀ ସ୍ମୃତି ସଂସଦର ସଦସ୍ୟଙ୍କ ସମେତ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande