ସିରିଆପାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ‘ଜାତୀୟ ଏକତା ଦିବସ’ ପାଳିତ
National unity day observed at sIriapali school
ସିରିଆପାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ‘


ଝାରସୁଗୁଡା, ୩୧ ଅକ୍ଟୋବର (ହି.ସ.)- ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ ଅନ୍ତର୍ଗତ ସିରିଆପାଲି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ‘ମେରା ଯୁବା ଭାରତ’ ଝାରସୁଗୁଡ଼ା ପକ୍ଷରୁ 'ଜାତୀୟ ଏକତା ଦିବସ' ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ଦେହୁରୀଙ୍କ ସମେତ ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ରହି କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ସିରିଆପାଲି ଗ୍ରାମର ବିଶିଷ୍ଟ ସମାଜସେବୀ ପ୍ରଦୀପ ପଟେଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande