
ମାଲକାନଗିରି, ୩୧ ଅକ୍ଟୋବର (ହି.ସ.)- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଆଜି ଏମ.ଭି. ୭୯ ପୋଲିସ ପକ୍ଷରୁ ସାବରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।
ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ବିତର୍କ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଉତ୍ସାହର ସହ ଭାଗ ନେଇ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ଏକତା, ଭାଇଚାରା, ସାମାଜିକ ସଦ୍ଭାବନା ଓ ଦେଶର ଅଖଣ୍ଡତା ବଜାୟ ରଖିବା ସମ୍ପର୍କରେ ପିଲାମାନଙ୍କୁ ସଚେତନ କରାଯାଇଥିଲା। ଏଥିସହ ଶିଶୁ ସୁରକ୍ଷା ଓ ଶିଶୁ ଅଧିକାର ସମ୍ପର୍କରେ ମଧ୍ୟ ସଚେତନତା ବାର୍ତ୍ତା ଦିଆଯାଇଥିଲା।
ଏହି କାର୍ଯ୍ୟକ୍ରମରେ ଏମ.ଭି. ୭୯ ଥାନାର ଅଧିକାରୀଣି ପୂର୍ଣ୍ଣିମା ଟେଟେ, ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ