
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) -ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଓ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତାଗଣ ଶ୍ରୀମତୀ ଇନ୍ଦିରା ଗାନ୍ଧୀ ଓ ସର୍ଦ୍ଦାର ପଟେଲଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ପରେ କଂଗ୍ରେସ ନେତୃବୃନ୍ଦ ଇନ୍ଦିରା ଗାନ୍ଧୀ ପାର୍କ ସ୍ଥିତି ଇନ୍ଦିରାଜୀଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ଶିବାନନ୍ଦ ରାୟ, ନିରଞ୍ଜନ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଶ୍ରୀକାନ୍ତ ଜେନା, ସମୀର ରାଉତରାୟ, ଅମୀୟ କୁମାର ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା