ବାତ୍ୟା ପରବର୍ତୀ ସ୍ଥିତି ଏବଂ ମୁକାବିଲା ପାଇଁ ପଦକ୍ଷେପ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏସଆରସି କାର୍ଯ୍ୟାଳୟରେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତୀ ସ୍ଥିତି ଏବଂ ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପ୍ରଭାବିତ ଅଂଚଳରେ ଉଦ୍ଧାର, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ
cm


ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏସଆରସି କାର୍ଯ୍ୟାଳୟରେ ବାତ୍ୟା ‘ଅର୍ଣ୍ଣବ’ ପରବର୍ତୀ ସ୍ଥିତି ଏବଂ ମୁକାବିଲା ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି। ପ୍ରଭାବିତ ଅଂଚଳରେ ଉଦ୍ଧାର, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ସହ ଜନସାଧାରଣଙ୍କ ସୁରକ୍ଷା ଓ ଆବଶ୍ୟକ ସହାୟତା ପ୍ରଦାନକୁ ସର୍ବାଧିକ ପ୍ରାଥମିକତା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚଳନା ମନ୍ତ୍ରୀ ସୁରେଶ ପୂଜାରୀ , ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande