
ଭୁବନେଶ୍ୱର,୩୧ ଅକ୍ଟୋବର (ହି.ସ.) - ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା, ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ଦେଶବାସୀଙ୍କ ମଧ୍ୟରେ ଏହି ଭାବନା ପ୍ରସାରିତ କରିବା ନିମନ୍ତେ ଶନିବାର ଲୋକ ଭବନର ଅଧିକାରୀ ଓ କର୍ମଚାରୀମାନେ ରାଷ୍ଟ୍ରୀୟ ଏକତାର' ଶପଥ ପାଠ କରିଛନ୍ତି । ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ-ତଥା-ଗୃହମନ୍ତ୍ରୀ ଲୌହ ମାନବ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିନକୁ “ରାଷ୍ଟ୍ରୀୟ ଏକତା ଦିବସ” ଭାବେ ପାଳନ ଅବସରରେ ଲୋକ ଭବନର ଅଭିଷେକ ହଲ୍ ଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଲେଖା ନିୟନ୍ତ୍ରକ ନିତ୍ୟାନନ୍ଦ ବାରିକ ଲୋକ ଭବନର ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା