
ମାଲକାନଗିରି, ୪ ଅକ୍ଟୋବର (ହି.ସ.)- ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଚିନ୍ତଲୱାଡା ସ୍କୁଲର ଶିକ୍ଷକ ନବ କୁମାର ସରକାରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି ।
ସୂଚନା ଅନୁସାରେ, ଗତ ବୁଧବାର ଦିନ ସେ ସ୍କୁଲରୁ ଫେରୁଥିବା ବେଳେ ରାସ୍ତାରେ ପଛପଟୁ ଏକ ଟିପ୍ପର ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ତାଙ୍କ ଛାତିରେ ଗୁରୁତର ଆଘାତ ଲାଗିଥିଲା। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ମେଡିକାଲରେ ଭର୍ତି କରିଥିଲେ । ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ତାଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ