
କନ୍ଧମାଳ, ୦୪ ଅକ୍ଟୋବର (ହି.ସ.) ଆସନ୍ତା ୫ ଅକ୍ଟୋବର, ୨୦୨୬ରେ କନ୍ଧମାଳ ଜିଲ୍ଲାରେ ଜିଲ୍ଲା ଓ ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର ଆୟୋଜିତ ହେବ। ଏହି ଶିବିର ମାଧ୍ୟମରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଓ ସମସ୍ୟା ଶୁଣାଣୀ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଜିଲ୍ଲାସ୍ତରୀୟ ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିବେ। ସେହିପରି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିରରେ ସମ୍ପୃକ୍ତ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ସମସ୍ୟା ଓ ଅଭିଯୋଗ ଗ୍ରହଣ କରିବେ।
ଜନସାଧାରଣ ଏହି ଜନଶୁଣାଣୀ ଶିବିରର ସୁଯୋଗ ନେଇ ନିଜ ଅଭିଯୋଗ ଓ ସମସ୍ୟା ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ