
ଭୁବନେଶ୍ୱର, ୪ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ସର୍ବାଧିକ ୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବାଲେଶ୍ୱର ଜିଲ୍ଲାର ଜଇପୁରରେ ୪.୦ ମି.ମି., ବାଲେଶ୍ୱରରେ ୧.୬ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ