
ଭୁବନେଶ୍ୱର, 04 ଅକ୍ଟୋବର (ହି.ସ.)ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସାହିତ୍ୟିକା ତଥା ସୁଲେଖିକା ସରଳା ଦେବୀଙ୍କ ପୁଣ୍ୟତିଥି ଅବସରରେ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି ଯେ, ସ୍ୱାଧୀନତା ଆନ୍ଦୋଳନରେ ସରଳା ଦେବୀଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ମହିଳାମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କ୍ଷେତ୍ରରେ ତାଙ୍କ ଅବଦାନ ଉଲ୍ଲେଖନୀୟ। ସାରସ୍ୱତ ସାଧନା ମାଧ୍ୟମରେ ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ ମଧ୍ୟ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରଳା ଦେବୀଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମ, ସମାଜସେବା ଓ ସାହିତ୍ୟ କ୍ଷେତ୍ରରେ ତାଙ୍କର ଅବଦାନ ଚିର ପ୍ରେରଣାଦାୟୀ।
ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ସରଳା ଦେବୀଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଜଣାଇ ତାଙ୍କ ସାହସ, ତ୍ୟାଗ ଓ ଦେଶସେବା ପ୍ରତି ଉତ୍ସର୍ଗୀକୃତ ମନୋଭାବ ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ନିରନ୍ତର ପ୍ରେରଣାର ଉତ୍ସ ବୋଲି କହିଛନ୍ତି।
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ