
ଭୁବନେଶ୍ୱର, ୦୫ ଅକ୍ଟୋବର (ହି.ସ.)- ବରିଷ୍ଠ ଚଳଚ୍ଚିତ୍ର ନିର୍ମାତା ତଥା କୋରିଓଗ୍ରାଫର୍ ଏସ୍.କେ. ମୁରଲୀଧରନଙ୍କ ବିୟୋଗରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚଳଚ୍ଚିତ୍ର ଜଗତକୁ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଦିବଂଗତ ଆତ୍ମାକୁ ଚିରଶାନ୍ତି ପ୍ରଦାନ କରନ୍ତୁ ଏବଂ ଏହି ଦୁଃଖଦ ସମୟରେ ତାଙ୍କ ପରିବାର, ବନ୍ଧୁବର୍ଗ ଓ ପ୍ରଶଂସକଙ୍କୁ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ। ଓମ୍ ଶାନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା