
ଭଦ୍ରକ, ୫ ଅକ୍ଟୋବର (ହି.ସ.) - ଭଦ୍ରକ ବ୍ଳକର ସାହାଡ଼ା ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୨୦୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୭୬ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୨୯ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୬ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୨୮ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୬ଜଣ ଅଭିଯୋଗକାରୀଙ୍କୁ ମୋଟ ୬୪,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ , ଆରକ୍ଷୀ ଅଧିକ୍ଷକ ମନୋଜ ରାଉତ, ମୁଖ୍ୟ ଉନ୍ନୟନ ଅଧିକାରୀ, ଡିଆରଡି ଶୁଭେନ୍ଦ୍ର ସାମଲ, ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୋଦ ପ୍ରହରାଜ, ଉପ ଜ଼ିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଶ୍ମିରଂଜନ ମଲ୍ଲିକ, ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଓ ଅନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ