
ନୂଆପଡ଼ା, ୫ ଅକ୍ଟୋବର (ହି.ସ.)- ନୂଆପଡ଼ା ସଦର ମହକୁମାସ୍ଥିତ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ମଧୁସୂଦନ ଦାଶ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତପାଳ ସିଂଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।
ଜିଲ୍ଲାପାଳ ଶ୍ରୀ ଦାଶ ସାଇକେଲ୍ରେ ଶିବିରସ୍ଥଳରେ ପହସଙ୍ଖଶ ଉପସ୍ଥିତ ଜନସାଧାରଣଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଶିବିରରେ ମୋଟ ୯୨ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ଏଥିମଧ୍ୟରୁ ୮୩ଟି ବ୍ୟକ୍ତିଗତ, ୮ଟି ଗୋଷ୍ଠୀଗତ ଏବଂ ଗୋଟିଏ ରେଡ୍କ୍ରସ୍ ରହିଥିଲା।
ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣାଣି କରିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ନେଇ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଅଭିଯୋଗର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ପୂର୍ବରୁ ଦାଖଲ ହୋଇଥିବା ଅଭିଯୋଗଗୁଡ଼ିକର ସ୍ଥିତି ମଧ୍ୟ ସମୀକ୍ଷା କରାଯାଇଥିଲା। ବିଚାରାଧୀନ ଅଭିଯୋଗଗୁଡ଼ିକର ତ୍ୱରିତ ନିଷ୍ପଲି ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦିଆଯାଇଥିଲା।
ଶିବିର ଅବସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଶିବିର ଆୟୋଜନ କରାଯାଇଥିଲା। ଏହି ଅବସରରେ ରେଡକ୍ରସ୍ ପାଣ୍ଠିରୁ ସାବିତ୍ରୀ ହଂସଙ୍କୁ ୧୦ ହଜାର ଟଙ୍କାର ଆର୍ôଥକ ସହାୟତା ପ୍ରଦାନ କରାଯାଇଥିଲା।
ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପଜିଲ୍ଲାପାଳ ସୁର୍ମି ସୋରେନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଇଶାନୀ ମିତ୍ର, ନୂଆପଡ଼ା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
ଡେପୁଟି ଜିଲ୍ଲାପାଳ ଶେଖ ନସୀମ, ରୋଶନ ଜେନା ଏବଂ ନୂଆପଡ଼ା ବିଡିଓ ରୋହିତ ଭୋଇ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗର ଯନ୍ତ୍ରୀ, ଲାଇନ୍ ବିଭାଗର ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କ ସମେତ ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / ହେମନ୍ତ