
ଖୋର୍ଦ୍ଧା, 05 ଅକ୍ଟୋବର (ହି.ସ.)
ଖୋର୍ଦ୍ଧା, ଜିଲ୍ଲା ସଦର ମହକୁମା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ପାରମାର୍ ସ୍ମିଥ ପାରୁଷତ୍ତମ୍ ଦାସ,ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ପ୍ରତାପ ଚନ୍ଦ୍ର ବେଉରା , ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ,ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, , ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ,ବି ଡି ଓ , ସିଦ୍ଧାର୍ଥ ପଟ୍ଟନାୟକ, ତହସିଲଦାର , ବିଭାସ ପାଣିଗ୍ରାହୀ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୯୪ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୧ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୨୩ଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ ଋତୁରାଜ ଅଭିଯୋଗ ଶିବିରରେ ୯ଟି ଅଭିଯୋଗ ର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ଵତୀ , ଉପ ନିର୍ଦ୍ଦେଶକ ଯୋଜନା ଓ ପରିସଂଖ୍ୟାନ, ଶଙ୍କର ବେହେରା, ଅଗ୍ରଣୀ ବ୍ୟାଙ୍କ୍ ପରିଚାଳକ, ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଅଶୋକ କୁମାର ବେହେରା, ଅବକାରୀ ଅଧିକ୍ଷକ, ସୁମତି ତ୍ରିପାଠୀ, ଡେପୁଟୀ କଲେକ୍ଟର ରଞ୍ଜନ କୁମାର ଦାସ ଙ୍କ ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ l
---------------
ହିନ୍ଦୁସ୍ଥାନ ସମାଚାର / ରାକେଶ