
ଭୁବନେଶ୍ୱର, ୫ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୫ ତାରିଖ ସକାଳ ଠାରୁ ଆସନ୍ତା ୯ ତାରିଖ ସକାଳ ପର୍ଯ୍ୟନ୍ତ ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୩ ଦିନ ଅର୍ଥାତ୍ ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ନୂଆପଡା, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲା, ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୨୭ ଜିଲ୍ଲା ଏବଂ ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ଅର୍ଥାତ୍ ୯ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ