
ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ କେନ୍ଦୁଝର ଗସ୍ତ
କେନ୍ଦୁଝର, 05 ଅକ୍ଟୋବର (ହି.ସ.) ସୂଚନା ଓ ଲୋକସମ୍ପର୍କ ବିଭାଗ, ଉତ୍ତରାଞ୍ଚଳ, ସମ୍ବଲପୁରର ଯୁଗ୍ମ ନିର୍ଦ୍ଦେଶିକା ତଥା ଅତିରିକ୍ତ ଉପନିର୍ଦ୍ଦେଶିକା କଲ୍ୟାଣୀ ଦାଶ ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ।
ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ଅଭିନନ୍ଦନ ରାୟ, ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଜ୍ୟୋତିର୍ମୟୀ ନାଏକ ଓ କାର୍ଯ୍ୟାଳୟର କର୍ମଚାରୀମାନେ ଶ୍ରୀମତୀ ଦାଶଙ୍କୁ ସ୍ୱାଗତ କରିଥିଲେ। ଶ୍ରୀମତୀ ଦାଶ କାର୍ଯ୍ୟାଳୟର ବିଭିନ୍ନ ନଥିପତ୍ର, ରେଜିଷ୍ଟର, ଫାଇଲ୍ ଓ ସରକାରୀ ଦସ୍ତାବିଜ ଯାଞ୍ଚ କରିବା ସହ ବିଭାଗୀୟ କାର୍ଯ୍ୟଧାରାର ସମୀକ୍ଷା କରିଥିଲେ।
ସମସ୍ତ ସରକାରୀ କାର୍ଯ୍ୟାବଳୀକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସୁଚାରୁରୂପେ ସମ୍ପାଦନ କରିବା ସହ ଜିଲ୍ଲା ପ୍ରଶାସନ ଓ ସାମ୍ବାଦିକମାନଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ଓ ଯୋଗାସୂତ୍ର ବଜାୟ ରଖି ବିଭାଗୀୟ କାର୍ଯ୍ୟକୁ ଆହୁରି ସୁଦୃଢ଼ ଓ କାର୍ଯ୍ୟକ୍ଷମ କରିବା ଉପରେ ସେ ବିଶେଷ ଗୁରୁତ୍ୱାରୋପ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA