ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ
ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ) - ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (ଏଲଏ୨୮) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍ ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ ପହଂଚିବା ପରେ କ୍ରୀଡ଼ା ଓ ଯୁବସେବା ମ
ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ


ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ) - ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (ଏଲଏ୨୮) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍ ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ ପହଂଚିବା ପରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡିୟମ୍ ଠାରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି।

ଖେଳାଳିମାନଙ୍କ ସହ ଆଲୋଚନା କରି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ଯେ, ସେମାନେ ଓଡ଼ିଶାର ଗୌରବ ଏବଂ ସାରା ଦେଶର ଯୁବବର୍ଗଙ୍କ ପାଇଁ ପ୍ରେରଣାର ଉତ୍ସ। ଏହି ଐତିହାସିକ ସଫଳତା ପାଇଁ ସେ ଉଭୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି।

ଏହି ଅବସରରେ କ୍ରୀଡ଼ା ଓ ଯୁବସେବା ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଅଶୋକ କୁମାର ପଣ୍ଡା, ଅତିରିକ୍ତ ଶାସନ ସଚିବ ବିଜୟ କୁମାର ସ୍ୱାଇଁ, ବିଭାଗୀୟ ଅଧିକାରୀ ଏବଂ ହକି ଆସୋସିଏସନ୍ ଅଫ୍ ଓଡ଼ିଶାର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande