କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
ସମ୍ବଲପୁର-କଟକ ଏନଏଚ୫୫ର ୬-ଲେନ୍ ସମ୍ପ୍ରସାରଣ ଓ ୪ଟି ଅଣ୍ଡରପାସ ସହ ସମ୍ବଲପୁରରେ ଫ୍ଲାଇଓଭର ନିର୍ମାଣ ପାଇଁ ଅନୁରୋଧ କଲେ ନୂଆଦିଲ୍ଲୀ/ସମ୍ବଲପୁର/ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ) - ସମ୍ବଲପୁର ସଂସଦୀୟ କ୍ଷେତ୍ର ଏବଂ ଆଖପାଖ ଅଂଚଳର ଜାତୀୟ ରାଜପଥ ଭିତିଭୂମିର ବିକାଶ, ଯାତାୟାତକୁ ସୁଗମ କରିବା ତଥା ସଡ଼
Dharmendra pradhan


ସମ୍ବଲପୁର-କଟକ ଏନଏଚ୫୫ର ୬-ଲେନ୍ ସମ୍ପ୍ରସାରଣ ଓ ୪ଟି ଅଣ୍ଡରପାସ ସହ ସମ୍ବଲପୁରରେ ଫ୍ଲାଇଓଭର ନିର୍ମାଣ ପାଇଁ ଅନୁରୋଧ କଲେ

ନୂଆଦିଲ୍ଲୀ/ସମ୍ବଲପୁର/ଭୁବନେଶ୍ୱର, ୦୬ ଅକ୍ଟୋବର (ହି.ସ) - ସମ୍ବଲପୁର ସଂସଦୀୟ କ୍ଷେତ୍ର ଏବଂ ଆଖପାଖ ଅଂଚଳର ଜାତୀୟ ରାଜପଥ ଭିତିଭୂମିର ବିକାଶ, ଯାତାୟାତକୁ ସୁଗମ କରିବା ତଥା ସଡ଼କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀଙ୍କୁ ପତ୍ର ଲେଖିଛନ୍ତି । ସମ୍ବଲପୁର ଓ ଏହାର ପାର୍ଶ୍ୱବର୍ତୀ ଅଂଚଳରେ ବୃଦ୍ଧି ପାଉଥିବା ଶିଳ୍ପ, ଖଣିଜ ଏବଂ ଆର୍ôଥକ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଶ୍ରୀ ପ୍ରଧାନ ସମ୍ବଲପୁର-କଟକ ଏନଏଚ-୫୫ର ୬-ଲେନ୍ ସମ୍ପ୍ରସାରଣ ଓ ୪ଟି ଅଣ୍ଡରପାସ୍ ସହ ସମ୍ବଲପୁରରେ ଫ୍ଲାଇଓଭର ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି, ସମ୍ବଲପୁର-ଅନୁଗୋଳ-କଟକ କରିଡର ପଶ୍ଚିମ ଓଡ଼ିଶାକୁ ରାଜ୍ୟର ପ୍ରମୁଖ ଶିଳ୍ପ, ବାଣିଜ୍ୟିକ ଏବଂ ସହରାଂଚଳ ସହ ଯୋଡ଼ୁଥିବା ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରାଜପଥ । ଏଠାରେ ଯାତ୍ରୀବାହୀ, ମାଲବାହୀ ଓ ଶିଳ୍ପ ସମ୍ବନ୍ଧୀୟ ଯାନବାହନ ଚଳାଚଳ ବୃଦ୍ଧି ପାଉଥିବାରୁ ବର୍ତମାନର ୪-ଲେନ୍ ବିଶିଷ୍ଟ ରାଜପଥକୁ ୬-ଲେନ୍ କୁ ସମ୍ପ୍ରସାରିତ କରିବା ସହ ଉଭୟ ପାର୍ଶ୍ୱରେ ଦୁଇ-ଲେନ ବିଶିଷ୍ଟ ସର୍ଭିସ୍ ରୋଡ୍ ନିର୍ମାଣ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ଏହାଦ୍ୱାରା ସ୍ଥାନୀୟ ଲୋକଙ୍କ ଯାତାୟାତ ସହଜ ହେବ ଏବଂ ଦୁର୍ଘଟଣା ହ୍ରାସ ପାଇବ ।

ଦ୍ୱିତୀୟତଃ ଏନଏଚ-୫୫ର ଅନୁଗୋଳ-ସମ୍ବଲପୁର ସେକ୍ସନ୍ ରେ ଖଣିଜ ଓ ବାଣିଜ୍ୟିକ ଯାନବାହନ ଚଳାଚଳ ହେତୁ ସ୍ଥାନୀୟ ଲୋକ ଓ ପଦଚାରୀଙ୍କ ପାଇଁ ଦୁର୍ଘଟଣାର ଆଶଙ୍କା ବୃଦ୍ଧି ପାଉଛି । ସଡ଼କ ସୁରକ୍ଷାକୁ ଆଖିଆଗରେ ରଖି ପିଆଇୟୁ ସମ୍ବଲପୁର ଦ୍ୱାରା ପ୍ରସ୍ତାବିତ ଜିନ୍ଦଲ ରୋଡ୍, ଜରପଡ଼ା, ଜେରାଙ୍ଗ ଏବଂ ଚାରମାଳ ଠାରେ ୪ଟି ଅଣ୍ଡରପାସ୍ ନିର୍ମାଣ ପାଇଁ ତୁରନ୍ତ ପ୍ରଶାସନିକ ଓ ଆର୍ôଥକ ମଞ୍ଜୁରୀ ପ୍ରଦାନ କରିବାକୁ ସେ ନିବେଦନ କରିଛନ୍ତି ।

ଏହାବ୍ୟତୀତ ଏନଏଚ- ୫୩ ସ୍ଥିତ ସମ୍ବଲପୁର ସିଟି ରେଳ ଷ୍ଟେସନ୍ ଛକରେ ପ୍ରତିଦିନ ଅନେକ ସଂଖ୍ୟକ ରେଳ ଯାତ୍ରୀ ଜାତୀୟ ରାଜପଥ ପାର ହେଉଛନ୍ତି, ଯାହାକି ଗମନାଗମନରେ ସମସ୍ୟା ସୃଷ୍ଟି କରିବା ସହ ଏହାକୁ ଏକ ସମ୍ଭାବ୍ୟ ବ୍ଲାକ୍ ସ୍ପଟ୍' ଭାବେ ଚିହ୍ନଟ କରାଯାଇଛି । ଏହି ସ୍ଥାନରେ ଲୋକଙ୍କ ନିରାପଦ ଯାତାୟାତ ପାଇଁ ଏକ ଫ୍ଲାଏଓଭର ନିର୍ମାଣ ପ୍ରସ୍ତାବକୁ ଶୀଘ୍ର ମଞ୍ଜୁରୀ ଦେଇ କାର୍ଯ୍ୟ ଆରମ୍ଭ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

ସଡ଼କ ପରିବହନ ମନ୍ତ୍ରଣାଳୟ ଏବଂ ଏନଏଚଏଆଇର ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇ ଏହି ପ୍ରସ୍ତାବଗୁଡ଼ିକୁ ପ୍ରାଥମିକତା ଆଧାରରେ କାର୍ଯ୍ୟକାରୀ କରାଗଲେ ଓଡ଼ିଶାର ଶିଳ୍ପ ଓ ଆର୍ôଥକ ବିକାଶ ଆହୁରି ଦ୍ରୁତଗାମୀ ହୋଇପାରିବ ବୋଲି ଶ୍ରୀ ପ୍ରଧାନ ଆଶାପ୍ରକାଶ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande