ଛାତ୍ର ସଂସଦ ନିର୍ବାଚନ ନେଇ ଜିଲ୍ଲା ପ୍ରଶାସନର ବୈଠକ, ସ୍ୱଚ୍ଛ, ଓ ଶାନ୍ତିପୂର୍ଣ୍ଣ ନିର୍ବାଚନ ଉପରେ ଗୁରୁତ୍ୱ
ଭଦ୍ରକ, ୭ ଅକ୍ଟୋବର (ହି.ସ.) - ଭଦ୍ରକ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ସ୍ୱଚ୍ଛ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟା
CHATRA SANSAD NIRBACHANA PRASTUTI BAITHAK


ଭଦ୍ରକ, ୭ ଅକ୍ଟୋବର (ହି.ସ.) - ଭଦ୍ରକ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରେ ହେବାକୁ ଥିବା ଛାତ୍ର ସଂସଦ ନିର୍ବାଚନକୁ ସ୍ୱଚ୍ଛ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ମନୋଜ ରାଉତ, ଅତିରିକ୍ତ ଜିଲ୍ଲାପାଳ ରବିନାରାୟଣ ସାହୁ, ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତୀ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅଂଶୁମାନ ଦ୍ୱିବେଦୀଙ୍କ ସମେତ ବିଭିନ୍ନ ଅଧିକାରୀ ଯୋଗଦେଇଥିଲେ। ଏଥିସହ ଜିଲ୍ଲାରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଥିବା ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ, ସମସ୍ତ ଉପଖଣ୍ଡସ୍ତରୀୟ ଆରକ୍ଷୀ ଅଧିକାରୀ ଏବଂ ସମସ୍ତ ଥାନାର ଭାରପ୍ରାପ୍ତ ଅଧିକାରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ନିର୍ବାଚନ ସମୟରେ ଆଇନଶୃଙ୍ଖଳା ବଜାୟ ରଖିବା, ନିର୍ବାଚନ ପ୍ରକ୍ରିୟାକୁ ନିରପେକ୍ଷ ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ସହ ମହାବିଦ୍ୟାଳୟ ପରିସରରେ ଶାନ୍ତିଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା। ନିର୍ବାଚନକୁ ନେଇ କୌଣସି ପ୍ରକାରର ଅପ୍ରୀତିକର ପରିସ୍ଥିତି ଯେପରି ସୃଷ୍ଟି ନହୁଏ, ସେଥିପାଇଁ ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ସମନ୍ୱୟର ସହ କାର୍ଯ୍ୟ କରିବା ଉପରେ ଜ଼ିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ । ଛାତ୍ର ସଂସଦ ନିର୍ବାଚନକୁ ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ଶୃଙ୍ଖଳାର ସହ ସଫଳତାର ସହ ସମ୍ପନ୍ନ କରିବା ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରସ୍ତୁତି ଉପରେ ଗୁରୁତ୍ୱ ଦେଇଛି।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande