ବୀରମିତ୍ରପୁରର ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ଭୁବନେଶ୍ୱର, ୦୭ ଅକ୍ଟୋବର (ହି.ସ) - ସୁନ୍ଦରଗଡ଼ ଜିଲ୍ଲା, ବୀରମିତ୍ରପୁରର ଟେମ୍ବା ବେକ୍ (ପିତା – ବିର୍ସା ବେକ୍ )ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବ
CM


ଭୁବନେଶ୍ୱର, ୦୭ ଅକ୍ଟୋବର (ହି.ସ) - ସୁନ୍ଦରଗଡ଼ ଜିଲ୍ଲା, ବୀରମିତ୍ରପୁରର ଟେମ୍ବା ବେକ୍ (ପିତା – ବିର୍ସା ବେକ୍ )ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ଏହି ସୂଚନା ଦିଆଯାଇଛି।ୁ

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande