ବିଏମସି ଅଂଚଳରେ ଦୂର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଂଟ ଛାଡ଼ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୦୭ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୁଧବାର ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଦୂର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା, ରାବଣପୋଡି, ଭସାଣି ଉତ୍ସବ ଓ ଏଥି ସମ୍ପୃକ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ପୂଜା କମିଟି ଗୁଡିକର ଗ୍ରା
Cm odisha


ଭୁବନେଶ୍ୱର, ୦୭ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବୁଧବାର ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଦୂର୍ଗାପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା, ରାବଣପୋଡି, ଭସାଣି ଉତ୍ସବ ଓ ଏଥି ସମ୍ପୃକ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ପୂଜା କମିଟି ଗୁଡିକର ଗ୍ରାଉଣ୍ଡ ରେଂଟ ଛାଡ଼ କରିଛନ୍ତି।

ପାର୍ବଣ ଋତୁରେ ଏହି ପର୍ବ ଗୁଡ଼ିକର ସାମାଜିକ ଓ ସାଂସ୍କୃତିକ ମହତ୍ୱ ଓ ଜନସାଧାରଣଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତି ନେଇଛନ୍ତି ।

ସୂଚନାଯୋଗ୍ୟ ଯେ, ଏହି ଅବଧି ଚଳିତ ଅକ୍ଟୋବର ୧୭ ତାରିଖରୁ ନଭେମ୍ବର ୧୮ ତାରିଖ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଏଥିସହିତ ପୂଜା କମିଟି ଗୁଡିକୁ ଶାନ୍ତି ଶୃଙ୍ଖଳା ଓ ପରିବେଶ ଅନୁକୂଳ ଭାବେ ପୂଜା ଆୟୋଜନ କରିବାପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande