

ଭୁବନେଶ୍ୱର, ୮ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ଆସନ୍ତା ୧୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୫ ଦିନ ଅର୍ଥାତ୍ ୧୦ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୟାଗଡ଼, କନ୍ଧମାଳ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ