
ଜୟପୁର, ୮ ଅକ୍ଟୋବର (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବୋରିଗୁମ୍ମା ପକ୍ଷରୁ ‘ସେବା ସଙ୍କଳ୍ପ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଜନ୍ମଦିନରେ ସେବାର ସଙ୍କଳ୍ପ, ପରିବେଶ ସୁରକ୍ଷାର ବାର୍ତ୍ତା ଦେଇ ସ୍ୱଚ୍ଛ ଭାରତ ଅଭିଯାନ ଓ ‘ଏକ ପେଡ୍ ମା’ କେ ନାମ’ ଅଭିଯାନ ମାଧ୍ୟମରେ ସ୍ୱଚ୍ଛତା ଓ ପରିବେଶ ସୁରକ୍ଷା ପାଇଁ ସଚେତନତା ସୃଷ୍ଟି କରାଯାଇଥିଲା।
ଏହି କାର୍ଯ୍ୟକ୍ରମ ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବଦ୍ୟୁତି ଶତପଥୀ, ସମସ୍ତ ସଫେଇ କର୍ମଚାରୀ, ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଦମୟନ୍ତୀ ମୁଦୁଲି, ସଚ୍ଚିଦାନନ୍ଦ ଗୋଲାପ, ବାଲେଶ୍ୱର ନାୟକ ଓ ଅନ୍ୟାନ୍ୟ କର୍ମଚାରୀ ସକ୍ରିୟ ଅଂଶଗ୍ରହଣ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ପିକେପି