ଅପରାଜିତା ଷଡ଼ଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ
ଭୁବନେଶ୍ୱର, 08 ଅକ୍ଟୋବର (ହି.ସ.)- ଅପରାଜିତା ଷଡ଼ଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଭୁବନେଶ୍ୱରର ଲୋକପ୍ରିୟ ସାଂସଦ ଅପରାଜିତା ଷଡ
ଅପରାଜିତା ଷଡ଼ଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ


ଭୁବନେଶ୍ୱର, 08 ଅକ୍ଟୋବର (ହି.ସ.)- ଅପରାଜିତା ଷଡ଼ଙ୍ଗୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଭୁବନେଶ୍ୱରର ଲୋକପ୍ରିୟ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବାବା ଲିଙ୍ଗରାଜ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଭୁବନେଶ୍ୱର ର ମାନନୀୟା ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ ଙ୍କ ଜନ୍ମ ଦିବସ ଅବସରରେ ତାଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ଦୀର୍ଘାୟୁ, ନିରାମୟ ଜୀବନ ଏବଂ ଜନସେବାରେ ନିରନ୍ତର ଆଗେଇ ଚାଲିବାର ଶକ୍ତି ପ୍ରଦାନ କରନ୍ତୁ।

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଭୁବନେଶ୍ୱରର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଆପଣ ସୁସ୍ଥ, ନିରାମୟ ଓ ଦୀର୍ଘାୟୁ ଜୀବନଯାପନ କରନ୍ତୁ, ଏହା ହିଁ କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande