
ଭୁବନେଶ୍ୱର, ୦୯ ଅକ୍ଟୋବର (ହି.ସ.)- ମୟୂରଭଞ୍ଜ ଜିଲ୍ଲା, ଉଦଳାର ସୁୟସ ବାରିକ(ପିତା – ଜୟନ୍ତ ବାରିକ)ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ମାଧ୍ୟମରେ ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା