
ଭୁବନେଶ୍ୱର, ୦୯ ଅକ୍ଟୋବର (ହି.ସ.)- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ଗୋପବନ୍ଧୁ ଛକଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସମୀର କୁମାର ରାଉତରାୟ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ପ୍ରକାଶ ଜେନା, ଅରବିନ୍ଦ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା