

ଭୁବନେଶ୍ୱର, ୯ ଅକ୍ଟୋବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୯ ତାରିଖ ସକାଳ ଠାରୁ ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ପରବର୍ତୀ ୫ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ