ପୁରୀରେ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ
ସତ୍ୟବାଦୀ/ପୁରୀ, ୯ ଅକ୍ଟୋବର (ହି.ସ.)-ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନୀ, କର୍ମ ତତ୍ପରତା, ତ୍ୟାଗ ଓ ସେବା ଚିର ଅମର। ଆଜିର ଯୁବ ପିଢ଼ି ତାଙ୍କ ଆଦର୍ଶକୁ ଅନୁସରଣ କରିବା ସହ ସମାଜ ସେବାରେ ନିଜକୁ ବିନିଯୋଗ ପାଇଁ ଆହ୍ବାନ ଦେଇଛନ୍ତି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା। ଆଜି ପୂର୍ବାହ୍ନରେ ପଣ
ପୁରୀ ରେ ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଜୟନ୍ତୀ ପାଳିତ।


ସତ୍ୟବାଦୀ/ପୁରୀ, ୯ ଅକ୍ଟୋବର (ହି.ସ.)-ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନୀ, କର୍ମ ତତ୍ପରତା, ତ୍ୟାଗ ଓ ସେବା ଚିର ଅମର। ଆଜିର ଯୁବ ପିଢ଼ି ତାଙ୍କ ଆଦର୍ଶକୁ ଅନୁସରଣ କରିବା ସହ ସମାଜ ସେବାରେ ନିଜକୁ ବିନିଯୋଗ ପାଇଁ ଆହ୍ବାନ ଦେଇଛନ୍ତି ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା। ଆଜି ପୂର୍ବାହ୍ନରେ ପଣ୍ଡିତ ଗୋପବନ୍ଧୁଙ୍କ ୧୪୯ ତମ ଜୟନ୍ତୀ ପାଳନ ଅବସରରେ ଜିଲ୍ଲା ପ୍ରଶାସନ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଭୁ ବିନୋଦ ବିହାରୀଙ୍କ ମନ୍ଦିର ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଜିଲ୍ଲାପାଳ ଶ୍ରୀ ପରିଡା ସୁଆଣ୍ଡୋ ସ୍ଥିତ ଗୋପବନ୍ଧୁ ପାର୍କ ଠାରେ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ, ଗୋପବନ୍ଧୁଙ୍କ ଷଠିଘର ଠାରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲ୍ଲାପାଳ ଶ୍ରୀ ପରିଡା ପିଲାମାନେ ଶୃଙ୍ଖଳିତ, ଚରିତ୍ରବାନ, ପରୋପକାରୀ ଓ ସମୟାନୁବର୍ତ୍ତି ହେବାକୁ ପରାମର୍ଶ ଦେଇଥିଲେ।କାର୍ଯ୍ୟକ୍ରମରେ ସତ୍ୟବାଦୀ ତହସିଲଦାର ସନ୍ତୋଷ କୁମାର ପାଣିଗ୍ରାହୀ, ବିଡ଼ିଓ ଦେବାଶିଷ ନାୟକ, ସୂଚନା ଓ ଲୋକ ସମ୍ପର୍କ ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ଜିଲ୍ଲା ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଗୋପବନ୍ଧୁ ସ୍ମୃତି ପରିଷଦର ସଭାପତି ଧୀରେନ୍ଦ୍ର ନାଥ ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏଥିରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ମାଲ୍ୟାର୍ପଣ ଓ ସ୍ମୃତି ଚାରଣ କରିଥିଲେ।

ପୂର୍ବରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସାକ୍ଷୀଗୋପାଳ ବସଷ୍ଟାଣ୍ଡରେ ଥିବା ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି, ସାକ୍ଷୀଗୋପାଳ ମନ୍ଦିର ସମ୍ମୁଖରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି, ବକୁଳବନରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି, ସମାଧି ସ୍ଥଳରେ ଥିବା ସ୍ମୃତି ସ୍ତମ୍ଭ, କାଦୁଆ ସ୍ଥିତ ଗୋପବନ୍ଧୁ ଓ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପରେ ସୁଆଣ୍ଡୋସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି, ଗୋପବନ୍ଧୁଙ୍କ ଷଠି ଘରେ, ଗୋପବନ୍ଧୁ ପାର୍କ ସ୍ଥିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଅତିଥି ମାନେ ମାଲ୍ୟାର୍ପଣ କରିଥିଲେ।

ପ୍ରତ୍ୟୁଷରୁ ପୁରୀ ଜିଲ୍ଲାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜନ୍ମ ଜୟନ୍ତୀ ଆଜି ପାଳିତ ହୋଇଥିଲା। ସକାଳ ୭ଟା ୩୦ ମିନିଟ ସମୟରେ ସିଂହଦ୍ୱାର ଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ସୂଚନା ଓ ଲୋକ ସମ୍ପର୍କ ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, ସର୍ବୋଦୟ ମେଳା ସଭାପତି ଉମା ବଲ୍ଲଭ ମହାପାତ୍ର, ସମ୍ପାଦକ ଶିବ ପ୍ରସାଦ ମିଶ୍ର, ବରିଷ୍ଠ ସାମ୍ବାଦିକ ଜଗନ୍ନାଥ ବସ୍ତିଆ, ଜ୍ୟୋସ୍ନାମୟୀ ନାୟକ, ପୁରୀ ସେବା ସମିତିର ସମ୍ପାଦକ ସମ୍ପାଦକ ସୌମେନ୍ଦ୍ର ଦାସ, ବରିଷ୍ଠ ନାଗରିକ ବିଶ୍ୱନାଥ ବେହେରା, ସମାଜସେବୀ ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା l

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande