ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ
ଭୁବନେଶ୍ୱର, 09 ଅକ୍ଟୋବର (ହି.ସ.) - ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ । ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି କହିଛନ୍
ଗୋପବନ୍ଧୁ


ଭୁବନେଶ୍ୱର, 09 ଅକ୍ଟୋବର (ହି.ସ.) - ଉତ୍କଳମଣି

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ,

ମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ ।

ସୋସିଆଲ ମିଡିଆ ଏକ୍ସରେ ଏକ

ବାର୍ତ୍ତା ଜାରି କରି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି କହିଛନ୍ତି ଯେ, ଉତ୍କଳମଣି ପଣ୍ଡିତ

ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମହାମହିମ ରାଜ୍ୟପାଳ ଡ଼ଃ ହରି ବାବୁ କମ୍ଭମପାଟି ଭକ୍ତିପୂତ

ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଅବଦାନ, ନିଃସ୍ୱାର୍ଥପର

ସେବା ଏବଂ ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ ମହନୀୟ ଉଦ୍ୟମ ପାଇଁ ସେ ସଦା ସ୍ମରଣୀୟ

ହୋଇରହିବେ ବୋଲି ରାଜ୍ୟପାଳ କହିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମହାନ ସ୍ୱାଧୀନତା ସଂଗ୍ରାମୀ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର, ନିଃସ୍ୱାର୍ଥପର ସେବା ଓ ଉତ୍ସର୍ଗୀକୃତ ତ୍ୟାଗର ପ୍ରତୀକ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ

ପ୍ରଣାମ।

ଉପମୁଖ୍ୟମନ୍ତ୍ରୀ କନକ

ବର୍ଦ୍ଧନ ସିଂହଦେଓ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ଓଡ଼ିଆ ମାଟିର ମଉଡ଼ମଣି ମହାନ

ସ୍ୱାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ତାଙ୍କ ଅମର

ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି। ଓଡ଼ିଆ ଭାଷା ଓ ମାଟି ପାଇଁ

ତାଙ୍କ ତ୍ୟାଗ, ସେବା ଓ

ସଂଗ୍ରାମ ପ୍ରତ୍ୟେକ ଓଡ଼ିଆ ପାଇଁ ସର୍ବଦା ସ୍ମରଣୀୟ।

ତ୍ୟାଗ ଓ ସେବାର ପ୍ରତୀକ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ ଜଣାଉଛି । ମାନବ ସେବାକୁ

ଜୀବନର ବ୍ରତ କରିଥିବା ଏହି ମହାନ ଜନନାୟକଙ୍କ ଆଦର୍ଶ,

ତାଙ୍କ ଅବଦାନ ଏବଂ ସାହିତ୍ୟ ସମଗ୍ର ଚିରକାଳ ପ୍ରେରଣାର ଉତ୍ସ ବୋଲି

ଏକ୍ସରେ ଏକ ବାର୍ତ୍ତା ଜାରି କରି କହିଛନ୍ତି ପ୍ରଭାତି ପରିଡା।

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ

ମହାଲିଙ୍ଗ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପୁରୋଧା 'ଉତ୍କଳମଣି' ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ସାଧୁତା, ଦେଶପ୍ରେମ ଓ ମାନବସେବାର ସେ ଯେଉଁ ବାର୍ତ୍ତା ଦେଇଥିଲେ, ତାହା ଆଜି ବି ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ନିରନ୍ତର ପ୍ରେରଣାର ଉତ୍ସ।

ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ସେବା ଓ ତ୍ୟାଗର ମହାନ ପ୍ରତୀକ ଉତ୍କଳମଣି

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଦେଶର ସ୍ୱାଧୀନତା ସଂଗ୍ରାମ

ସହ ସମାଜ ସଂସ୍କାର, ସାମ୍ବାଦିକତା

ତଥା ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଅତୁଳନୀୟ। ସେ ଦେଖାଇଥିବା ଆଦର୍ଶ

ସର୍ବଦା ପ୍ରେରଣାର ଉତ୍ସ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ

ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, ମହାନ

ସ୍ୱାଧୀନତା ସଂଗ୍ରାମୀ ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପୁରୋଧା 'ଉତ୍କଳମଣି' ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ସମାଜ ପାଇଁ ତାଙ୍କର ତ୍ୟାଗ, ଧୈର୍ଯ୍ୟ ଓ ସେବା ମନୋଭାବ ସର୍ବଦା ଯୁବପିଢିଙ୍କୁ ଅନୁପ୍ରାଣିତ କରିବ

।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande