ଆସନ୍ତା ୨ରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ
ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଆସନ୍ତା ୨ରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା (ଗଜପତି ଓ ଗଞ୍ଜାମ)
୨ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା (ଗଜପତି ଓ ଗଞ୍ଜାମ) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଆସନ୍ତା ୨ରୁ ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

୨ ତାରିଖରେ ଭୀଷଣ ବର୍ଷା ସମ୍ଭାବନା ନେଇ ୨ ଜିଲ୍ଲା (ଗଜପତି ଓ ଗଞ୍ଜାମ) ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୬ ଜିଲ୍ଲା(ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୪ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲା(ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର, ନୂଆପଡା, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande