
ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧ ତାରିଖ ସକାଳ ଠାରୁ ଆସନ୍ତା ୬ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ହୋଇଛି । ପରବର୍ତୀ ୨ ଦିନ ପାଇଁ ଜିଲ୍ଲାଗୁଡିକ ପାଇଁ କୌଣସି ଚେତାବନୀ ନାହିଁ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨ ତାରିଖରେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ତଥା ଏହାର ଝଟ୍କା ୫୦ କି.ମି.କୁ ଛୁଇଁପାରେ, ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟ୍କା ୬୦ କି.ମି.କୁ ଛୁଇଁପାରେ,
ସେହିପରି ୩ ତାରିଖରେ ୫ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ତଥା ଏହାର ଝଟ୍କା ୫୦ କି.ମି.କୁ ଛୁଇଁପାରେ, ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟ୍କା ୬୦ କି.ମି.କୁ ଛୁଇଁପାରେ, ଏହା ବ୍ୟତୀତ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ତଥା ଏହାର ଝଟ୍କା ୭୦ କି.ମି.କୁ ଛୁଇଁପାରେ ।
ଅନୁରୂପ ଭାବେ ୪ ତାରିଖରେ ୫ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ତଥା ଏହାର ଝଟ୍କା ୫୦ କି.ମି.କୁ ଛୁଇଁପାରେ, ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ତଥା ଏହାର ଝଟ୍କା ୬୦ କି.ମି.କୁ ଛୁଇଁପାରେ, ଏହା ବ୍ୟତୀତ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ତଥା ଏହାର ଝଟ୍କା ୭୦ କି.ମି.କୁ ଛୁଇଁପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ