ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ସର୍ବାଧିକ ୫୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ସର୍ବାଧିକ ୫୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୪୪.୬ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ସର୍ବାଧିକ ୫୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧ ନଭେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ସର୍ବାଧିକ ୫୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୪୪.୬ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୨୦.୦ ମି.ମି., ରାୟଗଡ଼ା ଜିଲ୍ଲାର ଆର.ଗୁଡାରେ ୧୬.୮ ମି.ମି., ଯାଜପୁର ଜିଲ୍ଲାର ଚଣ୍ଡିଖୋଲରେ ୧୦.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୯.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ୮.୪ ମି.ମି., ବାଙ୍ଗିରିପୋଷିରେ ୮.୨ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୭.୮ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ପାନପୋଷରେ ୭.୦ ମି.ମି., ରାଉରକେଲାରେ ୬.୪ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୬.୩ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର କାଶିପୁରରେ ୬.୩ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande