ବିଭିନ୍ନ ରାଜ୍ୟର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 01 ନଭେମ୍ବର (ହି.ସ.)- ବିଭିନ୍ନ ରାଜ୍ୟର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ଆ
ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 01 ନଭେମ୍ବର (ହି.ସ.)- ବିଭିନ୍ନ ରାଜ୍ୟର ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ

କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ହରିୟାଣା, ପଞ୍ଜାବ, ମଧ୍ୟପ୍ରଦେଶ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, କର୍ଣ୍ଣାଟକ, କେରଳ ଓ ତାମିଲନାଡୁ ସମେତ କେନ୍ଦ୍ରଶାସିତ ଅଞ୍ଚଳ ଚଣ୍ଡିଗଡ଼, ଦିଲ୍ଲୀ, ପୁଡୁଚେରୀ, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଏବଂ ଲାକ୍ଷାଦ୍ୱୀପର ଜନସାଧାରଣଙ୍କୁ ସେମାନଙ୍କ

ପ୍ରତିଷ୍ଠା ଦିବସ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।ଏହି ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ନିଜର ସ୍ୱତନ୍ତ୍ର

ଐତିହ୍ୟ, ଅବଦାନ ଓ ଆକାଂକ୍ଷା

ମାଧ୍ୟମରେ ଭାରତର ସାଂସ୍କୃତିକ ବିବିଧତାକୁ ସମୃଦ୍ଧ କରିବା ସହ ଦେଶର ବିକାଶ ଯାତ୍ରାକୁ ସୁଦୃଢ଼

କରୁଛନ୍ତି।ଏହି ସମସ୍ତ ରାଜ୍ୟ

ଓ କେନ୍ଦ୍ରଶାସିତ ଅଞ୍ଚଳ ଅଧିକ ପ୍ରଗତି ଓ ସମୃଦ୍ଧି ଦିଗରେ ଆଗକୁ ବଢ଼ିବା ସହ ସେମାନଙ୍କର

ସାମୂହିକ ସଫଳତା ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ସଂକଳ୍ପକୁ ସାକାର କରିବାରେ ନିରନ୍ତର

ଯୋଗଦାନ ଦେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande