ସମ୍ଭାବ୍ୟ ବାତ୍ୟା ନେଇ ଗଞ୍ଜାମ ଜିଲ୍ଲାବାସୀଙ୍କ ପାଇଁ ଜରୁରୀ ସତର୍କ ସୂଚନା
ଭୁବନେଶ୍ୱର, 01 ନଭେମ୍ବର (ହି.ସ.)- ନଭେମ୍ବର ୨, ୩ ଓ ୪ ତାରିଖରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ଏବଂ ଜଳବନ୍ଦୀ ପରିସ୍ଥିତି ଉପୁଜିପାରେ। ତେଣୁ ନଦୀକୂଳ, ତଳିଆ ଅଞ୍ଚଳ ଓ ବିପଦସଙ୍କୁଳ ସ୍ଥାନରେ ରହୁଥିବା ଲୋକମାନେ ସତର୍କ ରୁହନ୍ତୁ।
ସମ୍ଭାବ୍ୟ ବାତ୍ୟା ନେଇ ଗଞ୍ଜାମ     ଜିଲ୍ଲାବାସୀଙ୍କ ପାଇଁ ଜରୁରୀ ସତର୍କ ସୂଚନା


ଭୁବନେଶ୍ୱର, 01 ନଭେମ୍ବର (ହି.ସ.)- ନଭେମ୍ବର ୨, ୩ ଓ ୪ ତାରିଖରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର

ବିଭିନ୍ନ ଅଞ୍ଚଳରେ ବନ୍ୟା ଏବଂ ଜଳବନ୍ଦୀ ପରିସ୍ଥିତି ଉପୁଜିପାରେ। ତେଣୁ ନଦୀକୂଳ, ତଳିଆ ଅଞ୍ଚଳ ଓ ବିପଦସଙ୍କୁଳ ସ୍ଥାନରେ ରହୁଥିବା ଲୋକମାନେ ସତର୍କ ରୁହନ୍ତୁ।

ପ୍ରଶାସନର ନିର୍ଦ୍ଦେଶ ମାନି ନିକଟସ୍ଥ ବାତ୍ୟା ଆଶ୍ରୟସ୍ଥଳୀ କିମ୍ବା ସୁରକ୍ଷିତ ସ୍ଥାନକୁ

ଚାଲିଯାଆନ୍ତୁ। ଗର୍ଭବତୀ ମହିଳା, ଶିଶୁ, ବୟସ୍କ ଓ ଅସୁସ୍ଥ ବ୍ୟକ୍ତିଙ୍କୁ ଆଗୁଆ ସୁରକ୍ଷିତ ସ୍ଥାନକୁ

ନେଇଯାଆନ୍ତୁ। ମତ୍ସ୍ୟଜୀବୀମାନେ ନଭେମ୍ବର ୨ରୁ ୪ ତାରିଖ ପର୍ଯ୍ୟନ୍ତ କୌଣସି ପରିସ୍ଥିତିରେ

ସମୁଦ୍ରକୁ ଯାଆନ୍ତୁ ନାହିଁ। ପ୍ରବାହିତ ନଦୀ, ନାଳ କିମ୍ବା ଜଳମଗ୍ନ ରାସ୍ତା ପାର ହୁଅନ୍ତୁ ନାହିଁ। ବିଦ୍ୟୁତ୍

ଖୁଣ୍ଟ,

ତାର ଓ ବଡ଼ ଗଛଠାରୁ ଦୂରେଇ ରୁହନ୍ତୁ। ଘରେ ଆବଶ୍ୟକ ପରିମାଣର ଶୁଖିଲା

ଖାଦ୍ୟ,

ପିଇବା ପାଣି, ଔଷଧ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ମହଜୁଦ ରଖନ୍ତୁ। ପିଇବା ପାଣିକୁ

ଫୁଟାଇ ବ୍ୟବହାର କରନ୍ତୁ। ଗୃହପାଳିତ ପଶୁଙ୍କ ସୁରକ୍ଷା ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ। କୌଣସି

ଗୁଜବରେ ବିଶ୍ୱାସ କରନ୍ତୁ ନାହିଁ। କେବଳ ପ୍ରଶାସନ ଓ ପାଣିପାଗ ବିଭାଗର ସରକାରୀ ସୂଚନାକୁ

ଅନୁସରଣ କରନ୍ତୁ ବୋଲି ଗଂଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande