
ଭୁବନେଶ୍ୱର, 01 ନଭେମ୍ବର (ହି.ସ.) :ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପରିସ୍ଥିତିରେ କ୍ଷୟକ୍ଷତିର ପ୍ରାଥମିକ ଆକଳନ ରିପୋର୍ଟ ତ୍ୱରିତ ପ୍ରସ୍ତୁତ କରି ଦାଖଲ କରିବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ଟିମ୍ଗୁଡ଼ିକୁ ନିର୍ଦ୍ଦେଶ ଦେଇଛି ।
ଏହି କାର୍ଯ୍ୟକୁ ସର୍ବାଧିକ ପ୍ରାଥମିକତା ଦେଇ ରିପୋର୍ଟଗୁଡ଼ିକ ଯଥାଶୀଘ୍ର ଦାଖଲ କରିବାକୁ କୁହାଯାଇଛି। ଏହାକୁ ସଂକଳନ କରି ପରବର୍ତ୍ତୀ ଆବଶ୍ୟକୀୟ ପଦକ୍ଷେପ ନିମନ୍ତେ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟକୁ ପଠାଯିବ ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ