ତୁରେକେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ବଲାଙ୍ଗିର, ୧୦ ନଭେମ୍ବର (ହି.ସ.)- ତୁରେକେଲା ପଞ୍ଚାୟତ ସେମିତି କାର୍ଯ୍ୟାଳୟରେ ଗତକାଲି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କ ଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସମସ୍ୟା ନେଇ ଶିବିରକୁ ଆସି
ତୁରେକେଲା ପଞ୍ଚାୟତ ସେମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ତୁରେକେଲା ପଞ୍ଚାୟତ ସେମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ତୁରେକେଲା ପଞ୍ଚାୟତ ସେମିତି କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ


ବଲାଙ୍ଗିର, ୧୦ ନଭେମ୍ବର (ହି.ସ.)- ତୁରେକେଲା ପଞ୍ଚାୟତ ସେମିତି କାର୍ଯ୍ୟାଳୟରେ ଗତକାଲି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ଜନସାଧାରଣଙ୍କ ଠାରୁ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ।

ବିଭିନ୍ନ ସମସ୍ୟା ନେଇ ଶିବିରକୁ ଆସିଥିବା ଅଭିଯୋଗକାରୀମାନେ ନିଜ ନିଜର ଅଭିଯୋଗ ଓ ଦାବି ଉପସ୍ଥାପନ କରିଥିଲେ। ଜିଲ୍ଲାପାଳ ସେମାନଙ୍କ ସମସ୍ୟାକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଯାଞ୍ଚ କରି ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଶିବିରରେ ମୋଟ ୪୮ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୮ଟି ଗୋଷ୍ଠୀଗତ ଏବଂ ୪୦ଟି ବ୍ୟକ୍ତିଗତ ଅଭିଯୋଗ ଥିଲା। ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଶିବିରରେ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ସମାଧାନ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଥିଲେ। ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ତରଣୀ ସୁନାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande