ରାଉରକେଲାରେ ଘନ କୁହୁଡ଼ି, ଫୁଲବାଣୀରେ ହାଲୁକା କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ମଙ୍ଗଳବାର ଭୋର୍ ସମୟରେ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି । ସେହିପରି କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂ
ରାଉରକେଲାରେ ଘନ କୁହୁଡ଼ି, ଫୁଲବାଣୀରେ ହାଲୁକା କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ମଙ୍ଗଳବାର ଭୋର୍ ସମୟରେ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିଛି ।

ସେହିପରି କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande