
ଭୁବନେଶ୍ୱର, ୧୦ ନଭେମ୍ବର (ହି.ସ.)- ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ବିଶେଷ କରି ଭୋର୍ କିମ୍ବା ସକାଳ ସମୟରେ ରାଜ୍ୟର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି ।
ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, ନୟାଗଡ଼, କଟକ ପ୍ରଭୃତି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ