ଶିକ୍ଷାର ମହତ୍ତ୍ୱ ଓ ନୈତିକ ମୂଲ୍ୟବୋଧ ଉପରେ ଗୁରୁତ୍ୱ
Emphasis on the Importance of Education and Moral Values
ଶିକ୍ଷାର ମହତ୍ତ୍ୱ ଓ ନୈତିକ ମୂଲ୍ୟବୋଧ ଉପରେ ଗୁରୁତ୍ୱ


ଝାରସୁଗୁଡ଼ା, 11 ନଭେମ୍ବର (ହି.ସ.)

ବେଲପାହାଡ କନିଷ୍ଠ ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ପାଳିତ

: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ କନିଷ୍ଠ ମହାବିଦ୍ୟାଳୟରେ ଜାତୀୟ ଶିକ୍ଷା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଧ୍ୟାପକ ସୁରେନ୍ଦ୍ର କୁମାର ଭୋଇଙ୍କ ସଭାପତିତ୍ୱରେ ପାଳିତ ହୋଇଯାଇଛି।

ଏହି ଅବସରରେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ. ନଗେନ୍ଦ୍ର କୁମାର ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ଶିକ୍ଷା ଦିବସ ପାଳନର ଉଦ୍ଦେଶ୍ୟ ଓ ଶିକ୍ଷାର ମହତ୍ତ୍ୱ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ଅର୍ଥନୀତି ବିଭାଗର ଅଧ୍ୟାପକ କ୍ଷମାନିଧି ନାଥ ଶିକ୍ଷା ସମ୍ପର୍କିତ ଉପାଦେୟ ପରାମର୍ଶ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ମଧ୍ୟରୁ ଜ୍ୟୋତି ବାଙ୍କିରା, ସୂର୍ଯ୍ୟା ସାହୁ ଓ ଲୁସିଶ୍ମିତା ମେହେର ଶିକ୍ଷାର ଉପଯୋଗିତା ଉପରେ ନିଜର ବକ୍ତବ୍ୟ ରଖିଥିଲେ।

କାର୍ଯ୍ୟକ୍ରମରେ ଜାହ୍ନବୀ ମିତ୍ର ଓ ପରିଣିତା ସାହୁ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ। ଅଧ୍ୟାପକ ଏସ୍.କେ. ପାଲୋ ମଞ୍ଚ ପରିଚାଳନା କରିଥିଲେ। ଶିକ୍ଷା ବିଭାଗର ଅଧ୍ୟାପିକା ଡ. ଦୀପାଞ୍ଜଳି ସାହୁ ନୈତିକ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ ସଭା ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗଦେଇ ଏହାକୁ ସଫଳ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande