ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 11 ନଭେମ୍ବର (ହି.ସ.)- ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ନେଫି
ନାଗାଲାଣ୍ଡ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 11 ନଭେମ୍ବର (ହି.ସ.)- ନାଗାଲାଣ୍ଡ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ

ଶ୍ରୀ ନେଫିଉ ରିଓ ଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ନାଗାଲାଣ୍ଡର ବିକାଶକୁ

ଆଗେଇ ନେବା ସହ ରାଜ୍ୟର ଯୁବପିଢ଼ିଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବା ଦିଗରେ ତାଙ୍କର

ସମର୍ପଣ ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ। ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ଶାନ୍ତି

ଓ ଦୀର୍ଘାୟୁ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande