
ଭୁବନେଶ୍ୱର, 11 ନଭେମ୍ବର (ହି.ସ.)- ଭାରତ ରତ୍ନ
ମୌଲାନା ଅବୁଲ କଲାମ ଆଜାଦଙ୍କ ଜନ୍ମ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏହି ଅବସରରେ ଏକ୍ସ ହ୍ୟାଣ୍ଡେଲରେ ମନ୍ତ୍ରୀ ଏକ
ବାର୍ତ୍ତା ଜାରି କରି କହିଛନ୍ତି ଯେ, ସ୍ଵାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ, ଭାରତ
ରତ୍ନ ମୌଲାନା ଅବୁଲ କଲାମ ଆଜାଦଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ସେହି ମହାନ
ଜନନାୟକଙ୍କ ସ୍ମରଣାର୍ଥେ ଆଜି ଦେଶ ପାଳୁଛି 'ଜାତୀୟ ଶିକ୍ଷା ଦିବସ'। ଏହି ଅବସରରେ ସମସ୍ତ ଛାତ୍ରଛାତ୍ରୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ
ଜଣାଇବା ସହ ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା